Bible Language

2 Chronicles 16:14 (ORV) Oriya Old BSI Version

1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କର ଅଧିକାରର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ
2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ରାଜଗୃହର ଭଣ୍ତାରରୁ ରୂପା ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,
3 ମୋʼ ପିତା ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ସୁନା ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ
4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଦାନ୍ ଆବେଲ୍ମୟିମ୍ ନପ୍ତାଲିରେ ସମସ୍ତ ଭଣ୍ତାର ନଗର ପରାସ୍ତ କଲେ
5 ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷା; ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା
6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ଵାରା ସେ ଗେବା ମିସ୍ପା ନଗର ଦୃଢ଼ କଲେ
7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ
8 କୂଶୀୟ ଲୂବୀୟମାନେ ଅପାର ଅପାର ରଥ ଅଶ୍ଵାରୂଢ଼ ସହିତ କି ଏକ ମହାସୈନ୍ୟ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ
9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ
10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ଵିତ ହୋଇଥିଲେ ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଦୌରାତ୍ମ୍ୟ କଲେ
11 ଦେଖ, ଏହି ଆସାଙ୍କର ଆଦ୍ୟ; କ୍ରିୟାର ବୃତ୍ତା; ଯିହୁଦାର ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି
12 ଆସା ଆପଣା ଅଧିକାରର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ଵେଷଣ କଲେ
13 ଆଉ ଆସା ଆପଣା ଅଧିକାରର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ ଶୟନ କଲେ
14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ