Bible Language

2 Corinthians 4:1 (ORV) Oriya Old BSI Version

1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ଵରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ଵାରା ଈଶ୍ଵରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ
3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
4 ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି
5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ
6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି
7 ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ
11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ
12 ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି
13 “ମୁଁ ବିଶ୍ଵାସ କଲି, ଏଣୁ କଥା କହିଲି”, ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ଵାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ଵାସ କରୁ, ଏଣୁ ମଧ୍ୟ କଥା କହୁ;
14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ
15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ
16 ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି
17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତ-କାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତ-କାଳସ୍ଥାୟୀ