Bible Language

Numbers 16:22 (ORV) Oriya Old BSI Version

1 ଅନନ୍ତର ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍ ଅବୀରାମ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;
2 ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମ; ସମାଜକୁ ଆହୂତ ମଣ୍ତଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ସାକ୍ଷାତରେ ଉଠିଲେ
3 ଆଉ ସେମାନେ ମୋଶା ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ତଳୀର ପ୍ରତ୍ୟେକ ଜଣ ପବିତ୍ର, ପୁଣି ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, କିହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?
4 ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;
5 ପୁଣି ସେ କୋରହକୁ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, କିଏ ତାହାଙ୍କର ଲୋକ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି ସେ ତାହାକୁ ଆପଣା ନିକଟକୁ ଅଣାଇବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଅଣାଇବେ
6 ତେବେ ଏହା କର; ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ତାହାର ଦଳସ୍ଥ ସମସ୍ତେ;
7 ପୁଣି କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକି ମନୋନୀତ କରିବେ, ସେହି ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି
8 ଆଉ ମୋଶା କୋରହକୁ କହିଲେ, ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ
9 ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
10 ପୁଣି ସେ ଯେ ତୁମ୍ଭଙ୍କୁ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ଵର ଚେଷ୍ଟା କରୁଅଛ?
11 ଏଥିପାଇଁ ସିନା ତୁମ୍ଭେ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?
12 ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଯିବା ନାହିଁ
13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ
14 ତାହା ଛଡ଼ା ତୁମ୍ଭେ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏସମସ୍ତ ଲୋକଙ୍କର ଆକ୍ଷି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ
15 ତହିଁରେ ମୋଶା ଅତିଶୟ ଜ୍ଵଳି ଉଠିଲେ, ପୁଣି ସେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ
16 ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
17 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ତହିଁ ଉପରେ ଧୂପ ଥୁଅ, ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ
18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି ତହିଁ ଉପରେ ଧୂପ ଥୋଇ ମୋଶା ହାରୋଣଙ୍କ ସହିତ ସମାଗମ-ତମ୍ଵୁ ଦ୍ଵାର ନିକଟରେ ଠିଆ ହେଲେ
19 ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା
20 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ହାରୋଣଙ୍କୁ କହିଲେ,
21 ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା
22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ?
23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
24 ତୁମ୍ଭେ ମଣ୍ତଳୀକି କୁହ, ତୁମ୍ଭେମାନେ କୋରହର ଦାଥନର ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ
25 ତହିଁରେ ମୋଶା ଉଠି ଦାଥନ ଅବୀରାମ ନିକଟକୁ ଗଲେ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍ଗମନ କଲେ
26 ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ
27 ଏଥିରେ ସେମାନେ କୋରହର ଦାଥନର ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ପୁତ୍ର ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ
28 ତହୁଁ ମୋଶା କହିଲେ, ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ
29 ଯେବେ ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯେବେ ସମସ୍ତ ଲୋକଙ୍କ ଦଣ୍ତ ଅନୁସାରେ ସେମାନଙ୍କ ଉପରେ ଦଣ୍ତ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି
30 ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ସେମାନଙ୍କ ସର୍ବସ୍ଵ ଗ୍ରାସ କରେ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ
31 ଅନନ୍ତର ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
32 ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ସେମାନଙ୍କ ପରିଜନଗଣକୁ କୋରହର ସପକ୍ଷ ସମସ୍ତ ଲୋକଙ୍କୁ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା
33 ଏହିରୂପେ ସେମାନେ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ
34 ପୁଣି ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ
35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା
36 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
37 ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ତଣି ନିମନ୍ତେ ପିଟାପତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ଵରୂପ ହେବ
39 ତହିଁରେ ସେହି ଦଗ୍ଧ ଲୋକମାନେ ଯେ ଯେ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
40 ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ଯାଏ; ପୁଣି କୋରହ ତାହାର ଦଳସ୍ଥ ଲୋକମାନଙ୍କ ପରି ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ
41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ
42 ତହୁଁ ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ବେଳେ ସେମାନେ ସମାଗମ-ତମ୍ଵୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି
43 ସେତେବେଳେ ମୋଶା ହାରୋଣ ସମାଗମ-ତମ୍ଵୁ ସମ୍ମୁଖକୁ ଆସିଲେ
44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45 ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ
46 ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି
47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେତେବେଳେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ
48 ପୁଣି ସେ ମୃତ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ; ତହିଁରେ ମହାମାରୀ ନିବୃତ୍ତ ହେଲା
49 ଯେଉଁମାନେ କୋରହର କଥା ହେତୁରୁ ମରିଥିଲେ, ସେମାନଙ୍କ ଛଡ଼ା ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ
50 ପୁଣି ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ଵୁ ଦ୍ଵାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ