Bible Language

Numbers 5:4 (ORV) Oriya Old BSI Version

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2 ପ୍ରତ୍ୟେକ କୁଷ୍ଠୀକି ପ୍ରତ୍ୟେକ ପ୍ରମେହୀକି ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକି ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ
3 ତୁମ୍ଭେମାନେ ପୁରୁଷ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି କରନ୍ତୁ
4 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ
5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ସେହି ପ୍ରାଣୀ ଦଣ୍ତନୀୟ ହୁଏ,
7 ତେବେ ସେ ଆପଣା କୃତ ପାପ ସ୍ଵୀକାର କରିବ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ହେତୁରୁ କ୍ଷତିପୂରଣ ଦେବ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ
8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯେବେ ସେହି ଲୋକର ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ଛଡ଼ା ଯଦ୍ଦ୍ଵାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ
9 ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ
10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ
11 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
12 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
13 ଅର୍ଥାତ୍, ଯେବେ କୌଣସି ପୁରୁଷ ତାହା ସହିତ ସଂସର୍ଗ କରେ ତାହା ତାହାର ସ୍ଵାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ସେ ଅଶୁଚି ହୁଏ, ପୁଣି ତାହା ବିରୁଦ୍ଧରେ କେହି ସାକ୍ଷୀ ଥାଏ, କିଅବା ସେ କର୍ମ ବେଳେ ଧରା ପଡ଼ି ଥାଏ;
14 ଆଉ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ଵଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ଵଳେ;
15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ତାହା ନିମନ୍ତେ ଐଫାର ଦଶମାଂଶ ଯବ-ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ
16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକି ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ
17 ପୁଣି ଯାଜକ ମୃତ୍ତିକାପାତ୍ରରେ ପବିତ୍ର ଜଳ ନେବ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ
18 ତହୁଁ ଯାଜକ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପଜନକ ତିକ୍ତ ଜଳ ରଖିବ
19 ଆଉ ଯାଜକ ସେହି ସ୍ତ୍ରୀକି ଶପଥ କରାଇ କହିବ, ଯେବେ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ଥାଏ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ଥାଅ, ତେବେ ତୁମ୍ଭେ ଏହି ଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ
20 ମାତ୍ର ଯେବେ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି ତୁମ୍ଭ ସ୍ଵାମୀ ଛଡ଼ା ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ରାଣର ଫଳ ଭୋଗ କରାଉନ୍ତୁନ୍ତ
22 ତହିଁରେ ଏହି ଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ଵାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ (ଏପରି ହେଉ) କହିବ
23 ପୁଣି ଯାଜକ ସେହି ଶାପର କଥା ପୁସ୍ତକରେ ଲେଖିବ ତାହା ପୋଛି ତିକ୍ତ ଜଳରେ ପକାଇବ
24 ତହୁଁ ସେ ସେହି ସ୍ତ୍ରୀକି ଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ
25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି ବେଦି ଉପରକୁ ଆଣିବ;
26 ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ତହିଁ ଉତ୍ତାରେ ସେହି ସ୍ତ୍ରୀକି ସେହି ଜଳ ପାନ କରାଇବ
27 ପୁଣି ସେ ସେହି ସ୍ତ୍ରୀକି ଜଳ ପାନ କରାଇଲେ ଏପରି ହେବ, ଯେବେ ସେହି ସ୍ତ୍ରୀ ଆପଣା ସ୍ଵାମୀ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ତାହାର ଉଦର ଫୁଲିବ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ଵରୂପ ହେବ
28 ଆଉ ଯେବେ ସେହି ସ୍ତ୍ରୀ ଅଶୁଚି ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଗର୍ଭଧାରଣ କରିବ
29 ଏହା ଈର୍ଷାବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ଵଳିଲେ, ସେ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ
31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବହିବ