Bible Language

Psalms 145:9 (ORV) Oriya Old BSI Version

1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ ହେ ରାଜନ୍, ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
2 ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି
3 ସଦାପ୍ରଭୁ ମହାନ ଅତ୍ୟ; ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ
5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି
6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି
7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ତୁମ୍ଭ ଧର୍ମ ବିଷୟ ଗାନ କରିବେ
8 ସଦାପ୍ରଭୁ କୃପାବାନ ସ୍ନେହଶୀଳ; କ୍ରୋଧରେ ଧୀର ଦୟାରେ ମହାନ
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ
10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ
13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି
15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ
16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ
17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି
19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୁକ୍ତି ଶୁଣିବେ ସେମାନଙ୍କୁ ପରିତ୍ରାଣ କରିବେ
20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ
21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ