Bible Language

Psalms 49:20 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2 ନୀଚ ଉଚ୍ଚ, ଧନୀ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର
3 ମୋହର ମୁଖ ଜ୍ଞାନର କଥା କହିବ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ
4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି
5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ପାରେ
8 କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ପାରେ;
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଅନନ୍ତକାଳ ଅସାଧ୍ୟ
10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି
11 ସେମାନଙ୍କ ଗୃହ ଯେ ଚିରକାଳ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି
12 ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ
13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି ସେଲା
14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ତହିଁ ନିମନ୍ତେ ଆଉ ବାସସ୍ଥାନ ଥିବ
15 ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ ସେଲା
16 କେହି ଧନବାନ ହେଲେ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ
18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ
20 ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା କରେ, ସେ ବିନାଶ୍ୟ ପଶୁ ତୁଲ୍ୟ