Bible Language

Matthew 14 (IRVOR) Indian Revised Version - Oriya

1 {ବାପ୍ତିଜକ ଯୋହନଙ୍କ ମୃତ୍ୟୁ} (ମାର୍କ 6:14-29; ଲୂକ 9:7-9) PS ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
2 ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି PEPS
3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ
4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ
5 ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ PEPS
6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା
7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ PEPS
8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ
9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ PEPS
10 ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଁ ନିକଟକୁ ତାହା ନେଇଗଲା
12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଯାଇ ଯୀଶୁଙ୍କୁ ଜଣାଇଲେ PEPS
13 {ପାଞ୍ଚ ରୁଟି ଦୁଇ ମାଛ} (ମାର୍କ 6:30-44; ଲୂକ 9:10-17; ଯୋହନ 6:1-14) PS ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;
14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ PEPS
15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ସ୍ଥାନ ଜନଶୂନ୍ୟ, ପୁଣି, ବେଳ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ PEPS
16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ
17 ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଦୁଇଟି ମାଛ ଅଛି
18 ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ PEPS
19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ
20 ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ
21 ଭୋଜନ କରିବା ଲୋକେ, ସ୍ତ୍ରୀ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ PEPS
22 {ଯୀଶୁଙ୍କ ପାଣି ଉପରେ ଚାଲିବା} (ମାର୍କ 6:45-52; ଯୋହନ 6:15-21) PS ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ
23 ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ
24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା PEPS
25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ
27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ମୁଁ, ଭୟ କର ନାହିଁ PEPS
28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ
29 ସେ କହିଲେ, ଆସ ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ
30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ PEPS
31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ?
32 ପୁଣି, ସେମାନେ ନୌକାରେ ଚଢ଼ନ୍ତେ ପବନ ଵନ୍ଦ ହେଲା
33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର ଗିନ୍ନେସରତ୍‌ରେ ଯୀଶୁଙ୍କ ‌ସୁସ୍ଥତା ପ୍ରଦାନ (ମାର୍କ 6:53-56) PEPS
34 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ
35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ PE