Bible Language

Numbers 7 (ORV) Oriya Old BSI Version

1 ଅନନ୍ତର ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ପବିତ୍ର କଲେ ତହିଁର ସକଳ ଦ୍ରବ୍ୟ ବେଦି ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
2 ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ
3 ପୁଣି ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ
4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
5 ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ଵୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟ-ମାନଙ୍କୁ ତାହାସବୁ ଦେବ
6 ତହୁଁ ମୋଶା ସେହି ଶଗଡ଼ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ
7 ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଚାରି ଗୋରୁ ଦେଲେ
8 ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଆଠ ଗୋରୁ ଦେଲେ
9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବହିଲେ
10 ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ
11 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ
12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
13 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
15 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
16 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
17 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର
18 ଦ୍ଵିତୀୟ ଦିନ ଈଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
20 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
21 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
22 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
23 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର
24 ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆଣିଲା;
25 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
26 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
27 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
28 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
29 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବର ଉପହାର
30 ଚତୁର୍ଥ ଦିନ ରୁବେନ-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
31 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
32 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
33 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
34 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
35 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର
36 ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
37 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
38 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
39 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
40 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
41 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର
42 ଷଷ୍ଠ ଦିନ ଗାଦ-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;
43 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
45 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
46 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
47 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫର ଉପହାର
48 ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
49 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
50 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
51 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
52 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର
54 ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
55 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
56 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
57 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
58 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର
60 ନବମ ଦିନ ବିନ୍ୟାମିନ-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍ ଆଣିଲା;
61 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
62 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
63 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
64 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
65 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର
66 ଦଶମ ଦିନ ଦାନ-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;
67 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
68 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
69 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ମେଷବତ୍ସ;
70 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
71 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର
72 ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;
73 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
74 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
75 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ;
76 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
77 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର
78 ଦ୍ଵାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
79 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
80 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
81 ହୋମ ନିମନ୍ତେ ଏକ ଗୋବତ୍ସ ଏକ ମେଷ ଏକବର୍ଷୀୟ ଏକ ମେଷବତ୍ସ,
82 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
83 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ପାଞ୍ଚ ମେଷ ପାଞ୍ଚ ଛାଗ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଐନନର ପୁତ୍ର ଅହୀରର ଉପହାର
84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ଵାରା ଦତ୍ତ ହୋଇଥିଲା; ରୂପାର ଦ୍ଵାଦଶ ଥାଳୀ ରୂପାର ଦ୍ଵାଦଶ କୁଣ୍ତ ସ୍ଵର୍ଣ୍ଣର ଦ୍ଵାଦଶ ଚମସ;
85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ପ୍ରତ୍ୟେକ କୁଣ୍ତ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
86 ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା
87 ହୋମ ନିମନ୍ତେ ସମୁଦାୟ ଦ୍ଵାଦଶ ଗୋରୁ ଦ୍ଵାଦଶ ମେଷ ଏକବର୍ଷୀୟ ଦ୍ଵାଦଶ ମେଷବତ୍ସ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ଵାଦଶ ଛାଗ;
88 ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ ଷାଠିଏ ମେଷ ଷାଠିଏ ଛାଗ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର
89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ଵୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ଵୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି ସେ ତାଙ୍କ ସହିତ କଥା କହିଲେ