Bible Language
Oriya Old BSI Version

:
-

1. ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ
2. କେବଳ ସେ ମୋହର ଶୈଳ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି
3. ନଇଁ ପଡ଼ିଥିବା କାନ୍ଥ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି ସେଲା
5. ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ
6. କେବଳ ସେ ମୋହର ଶୈଳ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି
7. ମୋହର ପରିତ୍ରାଣ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ ସେଲା
9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ
10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ
11. ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ
12. ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ