Bible Versions
Bible Books

2 Kings 11 (ORV) Oriya Old BSI Version

1 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା
2 ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶକୁ ନେଇଗଲା ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ
3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା
4 ଅନନ୍ତର ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା କତିକି ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା
5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ
6 ତୃତୀୟାଂଶ ସୂର-ଦ୍ଵାରରେ ରହିବେ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ଵାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ
7 ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ
8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ରାଜା ବାହାରକୁ ଯିବା ବେଳେ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ
9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ
10 ତହିଁରେ ଦାଉଦ-ରାଜାଙ୍କର ଯେ ଯେ ବର୍ଚ୍ଛା ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା
11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ
12 ସେତେବେଳେ ସେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ-ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, ରାଜା ଚିରଜୀବୀ ହେଉନ୍ତୁ
13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲା
14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ରାଜାଙ୍କ ନିକଟରେ ସେନାପତିମାନେ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ତୂରୀ ବଜାଉଅଛନ୍ତି ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ ରାଜଦ୍ରୋହ ବୋଲି ଡାକ ପକାଇଲା
15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଯେ ତାହାର ପଶ୍ଚାତ୍ଗାମୀ ହୁଏ, ତାହାକୁ ଖଡ଼୍‍ଗରେ ବଧ କର; କାରଣ ଯାଜକ କହିଲା, ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ହେଉ
16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ଵଦ୍ଵାରର ପଥ ଦେଇ ଗଲା ସେଠାରେ ହତ ହେଲା
17 ଅନନ୍ତର ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା
18 ଏଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା
19 ପୁଣି ସେ ଶତପତିମାନଙ୍କୁ କରୀୟମାନଙ୍କୁ ପ୍ରହରୀବର୍ଗକୁ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ଵାର ଦେଇ ରାଜଗୃହକୁ ଆସିଲେ ଏଥିରେ ସେ ରାଜସିଂହାସନରେ ଉପବିଷ୍ଟ ହେଲେ
20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାକୁ ଖଡ଼୍‍ଗରେ ବଧ କଲେ
21 ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×