Bible Versions
Bible Books

Ezra 7:8 (ORV) Oriya Old BSI Version

1 ଏହିସବୁ ଘଟନା ଉତ୍ତାରେ ପାରସ୍ୟ-ରାଜ ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲ୍ରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରିୟ ହିଲ୍‍କୀୟର⇧ ସନ୍ତାନ,
2 ହିଲ୍‍କିୟ ଶଲ୍ଲୁମର ସନ୍ତାନ, ଶଲ୍ଲୁମ୍ ସାଦୋକର ସନ୍ତାନ, ସାଦୋକ୍ ଅହୀଟୂବର ସନ୍ତାନ,
3 ଅହୀଟୂବ ଅମରୀୟର ସନ୍ତାନ, ଅମରୀୟ ଅସରୀୟର ସନ୍ତାନ, ଅସରୀୟ ମରାୟୋତର ସନ୍ତାନ,
4 ମରାୟୋତ୍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,
5 ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍ର ସନ୍ତାନ, ପୀନହସ୍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର;
6 ଏହି ଏଜ୍ରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା-ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା; ପୁଣି, ତାହା ପ୍ରତି ତାହାର ପରମେଶ୍ଵର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାକୁ ପ୍ରଦାନ କଲା
7 ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ-ସନ୍ତାନମାନଙ୍କର ଯାଜକମାନଙ୍କର ଲେବୀୟମାନଙ୍କର କେତେକ ଜଣ, ପୁଣି ଗାୟକମାନେ ଦ୍ଵାରପାଳମାନେ ନଥୀନୀୟମାନେ ଯିରୂଶାଲମକୁ ଗଲେ
8 ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲା
9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲା, ପୁଣି ତାହା ପ୍ରତି ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲା
10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲା
11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ଅନୁଲିପି ଏହି, ଯଥା,
12 ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି - ଏଜ୍ରା ଯାଜକ ପ୍ରତି,
13 ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ
14 କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଯିରୂଶାଲମର ତତ୍ତ୍ଵାନୁସନ୍ଧାନ କରିବାକୁ,
15 ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜା ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ରୂପା,
16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ସୁନା ପାଇବ, ପୁଣି ଲୋକମାନେ ଯାଜକମାନେ ସେମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ତାଙ୍କ ସପ୍ତ ମନ୍ତ୍ରୀ ଦ୍ଵାରା ପ୍ରେରିତ ହେଉଅଛ;
17 ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ଵାରା ଯନିପୂର୍ବକ ବୃଷ, ମେଷ, ମେଷଶାବକ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ
18 ଆଉ, ଅବଶିଷ୍ଟ ରୂପା ସୁନାରେ ତୁମ୍ଭକୁ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଇଚ୍ଛା ପ୍ରମାଣେ କରିବ
19 ପୁଣି, ତୁମ୍ଭ ପରମେଶ୍ଵରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ଵରଙ୍କ ସମ୍ମୁଖରେ ସମର୍ପଣ କର
20 ପୁଣି, ତୁମ୍ଭ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ତାରଗୃହରୁ ଦିଅ
21 ଆଉ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
22 ତାହାସବୁ ଏକ ଶହ ତାଳ; ପର୍ଯ୍ୟନ୍ତ ରୂପା ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଅପରିମିତ ଲବଣ ଯନିପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ
23 ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଦ୍ଵାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?
24 ଆହୁରି, ଯାଜକମାନଙ୍କର ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ଵାରପାଳମାନଙ୍କର, ନଥୀନୀୟ-ମାନଙ୍କର ପରମେଶ୍ଵରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ଵ ବା ମାଶୁଲ ବସାଇବା ବ୍ୟବସ୍ଥାବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ
25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ଵରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ
26 ଆଉ, ଯେକେହି ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ରାଜବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ତର କି ନିର୍ବାସନର କି ଅର୍ଥଦଣ୍ତର କି କାରାଦଣ୍ତର ଯୋଗ୍ୟ ହେଉ ପଛେ, ଯନିପୂର୍ବକ ତାହାର ଶାସନ କରାଯିବ
27 ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ଵିତ କରିବାକୁ ରାଜାର ଅନ୍ତଃକରଣରେ ଏରୂପ ପ୍ରବୃତ୍ତି ଦେଇଅଛନ୍ତି,
28 ଆଉ, ରାଜାର ତାହାର ମନ୍ତ୍ରୀଗଣର ରାଜାର ପରାକ୍ରା; ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×