Bible Versions
Bible Books

Psalms 48 (ORV) Oriya Old BSI Version

1 ଗୀତ: କୋରହ-ସନ୍ତାନମାନଙ୍କର ଗୀତ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଅତ୍ୟ; ପ୍ରଶଂସନୀୟ
2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର
3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି
4 କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ
5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6 ସେଠାରେ ସେମାନେ କମ୍ପରେ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ
7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ
8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ ସେଲା
9 ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ
10 ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ
11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ
12 ସିୟୋନକୁ ପ୍ରଦକ୍ଷିଣ କର ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର
13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର
14 କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×