Bible Versions
Bible Books

Ezekiel 37 (ORV) Oriya Old BSI Version

1 ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ତାହାଙ୍କ ଆତ୍ମାରେ ସେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା
2 ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅନେକ ଅସ୍ଥି ଥିଲା; ପୁଣି ଦେଖ, ସେସବୁ ଅତିଶୟ ଶୁଷ୍କ ଥିଲା
3 ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ? ଏଥିରେ ମୁଁ ଉତ୍ତର କଲି, ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି
4 ପୁନର୍ବାର ସେ ମୋତେ କହିଲେ, ତୁମ୍ଭେ ଏହିସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ
5 ପ୍ରଭୁ ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ତୁମ୍ଭେମାନେ ଜୀବିତ ହେବ
6 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶିରା ଦେବା ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ
7 ଏଥିରେ ମୋତେ ଯେପରି ଆଜ୍ଞା ହୋଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶଦ୍ଦ ହେଲା ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା
8 ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହିସବୁ ଅସ୍ଥି ଉପରେ ଶିରା ହେଲା ମାଂସ ଉତ୍ପନ୍ନ ହେଲା, ପୁଣି ଚର୍ମ ସେସବୁକୁ ଆଚ୍ଛାଦନ କଲା; ମାତ୍ର ସେସବୁର ମଧ୍ୟରେ ପ୍ରାଣବାୟୁ ଥିଲା
9 ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ବାୟୁକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଏହି ହତଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ
10 ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଅତିଶୟ ମହତୀ ସେନା ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ
11 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ-ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
12 ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା
13 ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ
14 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି
15 ସଦାପ୍ରଭୁଙ୍କ ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
16 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୁଦା ନିମନ୍ତେ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଖଣ୍ତେ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ତାହାର ସଖା ସମୁଦାୟ ଇସ୍ରାଏଲ-ବଂଶର ଯଷ୍ଟି;
17 ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇକୁ ଏକଆରେକର ସହିତ ଯୋଡ଼
18 ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେ-ବେଳେ ତୁମ୍ଭଙ୍କୁ କହିବେ, ଏଥିରେ ତୁମ୍ଭର ଅଭିପ୍ରାୟ କି, ଏହା କି ତୁମ୍ଭେଆମ୍ଭମାନଙ୍କୁ ଜଣାଇବ ନାହିଁ?
19 ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବାର ଯୋଷେଫର ଯଷ୍ଟି, ପୁଣି ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ
20 ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ
21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
22 ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଏକ ରାଜା ସେସମସ୍ତଙ୍କର ରାଜା ହେବେ, ପୁଣି ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ନୋହିବେ
23 ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ଵାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ଵାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା ଲଙ୍ଘନ ଦ୍ଵାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା
24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ସେସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ
25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ
26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ବଢ଼ାଇବା ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା
27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ସେମାନେ ଆମ୍ଭର ଲୋକ ହେବେ
28 ପୁଣି, ଯେତେବେଳେ ଆମ୍ଭର ଧର୍ମଧାମ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×