Bible Versions
Bible Books

Psalms 12 (ORV) Oriya Old BSI Version

1 ପ୍ରଧାନ ବାଦକାର ନିମନ୍ତେ ଶମୀନୀତ୍ ସ୍ଵରରେ ଦାଉଦଙ୍କର ଗୀତ ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଉଅଛି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ଵସ୍ତ ଲୋକର ହ୍ରାସ ହେଉଅଛି
2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ସଙ୍ଗେ ଅସାର କଥା କହନ୍ତି ସେମାନେ ଚାଟୁବାଦୀ ଓଷ୍ଠାଧରରେ ଦ୍ଵିଧାଚିତ୍ତରେ କଥା କହନ୍ତି
3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଦର୍ପବାଦୀ ଜିହ୍ଵା ଉଚ୍ଛିନ୍ନ କରିବେ;
4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?
5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା
6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତଥର ପରିଷ୍କୃତ ରୂପା ତୁଲ୍ୟ
7 ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ
8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×