Bible Versions
Bible Books

Psalms 138 (ORV) Oriya Old BSI Version

1 ଦାଉଦଙ୍କର ଗୀତ ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି
2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ
3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ
4 ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି
5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍
6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି
7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ
8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×