Bible Versions
Bible Books

Psalms 141 (ORV) Oriya Old BSI Version

1 ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ
2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ
3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର
4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ
5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ
6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ
7 କେହି ଭୂମି ଚାଷ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି
8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ
9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×