Bible Versions
Bible Books

Psalms 142:2 (ORV) Oriya Old BSI Version

1 ଗୁମ୍ପାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ
3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି
4 ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ
5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ
6 ମୋʼ କାକୁକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ
7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×