Bible Versions
Bible Books

Psalms 23 (ORV) Oriya Old BSI Version

1 ଦାଉଦଙ୍କର ଗୀତ ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ
2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି
3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି
4 ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି
5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି
6 ନିଶ୍ଚୟ ମଙ୍ଗଳ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×