Bible Versions
Bible Books

Psalms 3 (ORV) Oriya Old BSI Version

1 ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ
2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ ସେଲା
3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ
4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। ସେଲା
5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି
6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ
7 ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ
8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ ସେଲା
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×