Bible Versions
Bible Books

Psalms 46 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ
2 ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ ସେଲା
4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ
5 ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ
6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି
8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି!
9 ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି
10 କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ
11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି ସେଲା
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×