Bible Versions
Bible Books

2 Samuel 18 (IRVOR) Indian Revised Version - Oriya

1 {ଅବଶାଲୋମଙ୍କ ପରାଜୟ ହତ୍ୟା} PS ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଶତପତିଗଣଙ୍କୁ ନିଯୁକ୍ତ କଲେ।
2 ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
3 ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ହଜାର ହଜାର ହୋଇ ବାହାରି ଗଲେ।
5 ସେତେବେଳେ ରାଜା ଯୋୟାବକୁ ଅବୀଶୟକୁ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋ’ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
6 ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
8 ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
9 ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ପୃଥିବୀ ମଧ୍ୟରେ ଝୁଲିଲା ଖଚର ତାହା ତଳୁ ଚାଲିଗଲା।
10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !”
11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା * 110 ଗ୍ରାମ୍ ରୂପା ଏକ କଟିବନ୍ଧନ ଦେଇଥା’ନ୍ତି।”
12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା 11 କିଲୋ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଅବୀଶୟକୁ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’
13 ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
17 ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋ’ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନ ଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି। PS
19 {ଅବଶାଲୋମର ମୃତ୍ୟୁୁ ସମ୍ବାଦ} PS ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
20 ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
22 ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋ’ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ କୌଣସି ପୁରସ୍କାର ପାଇବ ନାହଁ ?”
23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
25 ତହୁଁ ପ୍ରହରୀ ଉଚ୍ଚୈଃସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।
26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚୈଃସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
27 ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
28 ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରି ଦେଇଅଛନ୍ତି।”
29 ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
30 ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!” PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×