Bible Books

10
:

1. {ଲୋକଙ୍କ ପାପ ସ୍ୱୀକାର} PS ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ସ୍ୱୀକାର, କ୍ରନ୍ଦନ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ସ୍ତ୍ରୀ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
2. ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
3. ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
4. ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।” PEPS
5. ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।
6. ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
7. ଏଥିଉତ୍ତାରେ ଲୋକମାନେ ଯିହୁଦା ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, “ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
8. ଆଉ, ଅଧିପତିମାନଙ୍କର ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।” PEPS
9. ତହୁଁ ଯିହୁଦା ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
10. ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।
11. ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।” PEPS
12. ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।
13. ମାତ୍ର ଲୋକ ଅନେକ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
14. ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ବିଚାରକର୍ତ୍ତୃଗଣ ଆସନ୍ତୁ।” PEPS
15. ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ତିକ୍‍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍‍ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।
16. ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଆପଣା ଆପଣା ପିତୃବଂଶାନୁସାରେ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ ପ୍ରଧାନ କେତେକ ଲୋକ ପୃଥକ୍‍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
17. ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ। PS
18. {ବିଦେଶିନୀ ପତ୍ନୀ ଥିବା ଲୋକମାନେ} PS ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଗଦଲୀୟ।
19. ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
20. ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ସବଦୀୟ
21. ହାରୀମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ,ଏଲୀୟ,ଶମୟୀୟ, ଯିହୀୟେଲ ଉଷୀୟ;
22. ଆଉ, ପଶ୍‍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍‍ ଇଲୀୟାସା। PEPS
23. ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍‍ ଶିମୀୟି କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଇଲୀୟେଜର;
24. ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍‍ ଟେଲମ୍‍ ଊରି।
25. ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍‍କୀୟ, ମିୟାମୀନ୍‍, ଇଲୀୟାସର, ମଲ୍‍କୀୟ ବନାୟ।
26. ଆଉ, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଯିହୀୟେଲ ଅବ୍‍ଦି ଯେରେମୋତ୍‍ ଏଲୀୟ।
27. ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ମତ୍ତନୀୟ ଯେରେମୋତ୍‍ ସାବଦ୍‍ ଅସୀସା
28. ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍‍, ହନାନୀୟ, ସବ୍ବେୟ, ଅତ୍ତଲୟ;
29. ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଅଦାୟା, ଯାଶୂବ ଶାଲ, ଯିରେମୋତ୍‍। PEPS
30. ଆଉ, ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍‍ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ବିନ୍ନୁୟି ମନଃଶି;
31. ଆଉ, ହାରୀମର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍‍କୀୟ, ଶମୟୀୟ, ଶିମୀୟୋନ;
32. ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ;
33. ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍‍, ଇଲୀଫେଲଟ୍‍, ଯିରେମୟ, ମନଃଶି, ଶିମୀୟି;
34. ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍‍ ଉୟେଲ;
35. ବନାୟ, ବେଦୀୟା, କଲୂହୂ;
36. ବନୀୟ, ମରେମୋତ୍‍, ଇଲୀୟାଶୀବ;
37. ମତ୍ତନୀୟ, ମତ୍ତନୟ ଯାଶୟ;
38. ଆଉ, ବାନି ବିନ୍ନୁୟି, ଶିମୀୟି;
39. ଶେଲିମୀୟ ନାଥନ ଅଦାୟା;
40. ମଗ୍ନଦ୍‍ବୟ, ଶାଶୟ, ଶାରୟ;
41. ଅସରେଲ୍‍ ଶେଲିମୀୟ, ଶେମରୀୟ;
42. ଶଲ୍ଲୁମ୍‍, ଅମରୀୟ, ଯୋଷେଫ୍‍।
43. ନବୋର ସନ୍ତାନଗଣ ମଧ୍ୟରୁ ଯିୟୀୟେଲ୍‍, ମତ୍ତଥୀୟ, ସାବଦ୍‍, ସବୀନଃ, ଯଦ୍ଦୋୟ ଯୋୟେଲ, ବନାୟ;
44. ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ। * ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ। କିଅବା ସେମାନେ ଭାର୍ଯ୍ୟାମାନଙ୍କୁ ଆପଣା ଆପଣା ସନ୍ତାନସନ୍ତତି ସହ ପଠାଇ ଦେଇଥିଲେ PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×