Bible Books

3
:

1. {ବଶୀଭୂତ ଜିହ୍ୱା} PS ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ, ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା
2. ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ ଯଦି କେହି ବାକ୍ୟରେ ଝୁଣ୍ଟି ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ
3. ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ
4. ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ
5. ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ
6. ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ
7. କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ, ପୁଣି, ବଶରେ ରଖାଯାଇଅଛି;
8. କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ
9. ତଦ୍ୱାରା ଆମ୍ଭେମାନେ ପ୍ରଭୁ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
10. ଏକ ମୁଖରୁ ଧନ୍ୟବାଦ ଅଭିଶାପ ନିର୍ଗତ ହୁଏ ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ
11. ନିର୍ଝର କ'ଣ ଏକ ବାଟ ଦେଇ ମିଠା ପିତା ଦୁଇ ପ୍ରକାର ଜଳ ବାହାର କରେ ?
12. ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ PS
13. {ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ} PS ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ
14. କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ମିଥ୍ୟା କୁହ ନାହିଁ
15. ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଭୌତିକ ଅଟେ;
16. କାରଣ ଯେଉଁ ସ୍ଥାନରେ ଈର୍ଷା ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ
17. କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ନିଷ୍କପଟ
18. ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×