Bible Versions
Bible Books

Jonah 2 (IRVOR) Indian Revised Version - Oriya

1 {ଯୂନସଙ୍କ ପ୍ରାର୍ଥନା} PS ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ।
3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ତରଙ୍ଗସବୁ ମୋ’ ଉପର ଦେଇ ଗଲା।
4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋ’ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋ’ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋ’ ପ୍ରାଣକୁ ବାହାର କରି ଆଣିଲ।
7 ମୋ’ ମଧ୍ୟରେ ମୋ’ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍‍ଗାର କଲା। PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×