Bible Books

:
-

1. {ସଫଳତାର ପଥ} PS ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,
ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,
କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ
ଥାଏ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ,
ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ
ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ;
ପୁଣି, ସେ ଯାହା କରେ, ତାହା ସଫଳ ହେବ।
4. ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି;
ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
5. ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା
ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
6. କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର
ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ। PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×