Bible Versions
Bible Books

Psalms 136 (IRVOR) Indian Revised Version - Oriya

1 {ଧନ୍ୟବାଦ ସ୍ତୁତି} PS ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4 ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;
ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ତାରାଗଣ (ନିର୍ମାଣ କଲେ ସେ;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12 ବଳବାନ ହସ୍ତ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15 ମାତ୍ର ଫାରୋ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×