Bible Versions
Bible Books

Psalms 140 (IRVOR) Indian Revised Version - Oriya

1 {ଆଶ୍ରୟ ଭିକ୍ଷା} PS ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର;
ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2 ସେମାନେ ମନେ ମନେ କୁକଳ୍ପନା କରନ୍ତି;
ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି।
3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି;
ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା
4 ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ;
ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର;
ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5 ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଦଉଡ଼ି ପାତିଅଛନ୍ତି।
ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି;
ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା
6 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର;
ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”
7 ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ,
ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
8 ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ;
ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
9 ଯେଉଁମାନେ ମୋତେ ଘେରିଅଛନ୍ତି,
ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10 ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ।
ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ;
ସେମାନେ ଯେପରି ଆଉ ଉଠି ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ;
ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
12 ସଦାପ୍ରଭୁ ଦୁଃଖୀର ବିବାଦ
ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
13 ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ;
ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ। PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×