Bible Versions
Bible Books

Psalms 6 (IRVOR) Indian Revised Version - Oriya

1 {ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ,
କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2 ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି;
ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି;
ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4 ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର;
ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ଥାଏ;
ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି;
ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ,
ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ;
ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ;
କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି।
9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି;
ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଅତ୍ୟନ୍ତ ବ୍ୟାକୁଳ ହେବେ;
ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ। PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×