Bible Versions
Bible Books

Psalms 82 (IRVOR) Indian Revised Version - Oriya

1 {ପରମେଶ୍ୱର ସର୍ବୋପରିସ୍ଥ ରାଜା} PS ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି;
ସେ ଦେବତାମାନଙ୍କ * ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ବିଚାର କରନ୍ତି।
2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ?
ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
3 ତୁମ୍ଭେମାନେ ଦରିଦ୍ର ପିତୃହୀନମାନଙ୍କର ବିଚାର କର;
ଦୁଃଖୀ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
4 ଦରିଦ୍ର ଦୀନହୀନମାନଙ୍କୁ ରକ୍ଷା କର;
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;
ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି;
ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ
ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ
ଜଣେ ଅଧିପତି ତୁଲ୍ୟ ପତିତ ହେବ।”
8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;
କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। PE
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×