Bible Versions
Bible Books

1 Kings 2 (ORV) Oriya Old BSI Version

1 ଅନନ୍ତର ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
2 ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ପୁରୁଷତ୍ଵ ପ୍ରକାଶ କର
3 ତୁମ୍ଭେ ଯାହା ଯାହା କରିବ ଯେକୌଣସି ସ୍ଥାନକୁ ଯିବ, ସେସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବିଧି ଆଜ୍ଞା ଶାସନ ପ୍ରମାଣବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ତାହାଙ୍କର ରକ୍ଷଣୀୟ ରକ୍ଷା କର;
4 ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ଯେବେ ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ
5 ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି ଇସ୍ରାଏଲର ଦୁଇ ସେନାପତି, ନରର ପୁତ୍ର ଅବ୍ନର ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ପାଦସ୍ଥିତ ପାଦୁକାରେ ଲଗାଇଲା
6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ତାହାର ପକ୍ଵକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ଦିଅ
7 ମାତ୍ର ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନ-କାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ
8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଶାପରେ ଶାପ ଦେଇଥିଲା, ମାତ୍ର ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ଼୍‍ଗରେ ବଧ କରିବି ନାହିଁ
9 ତୁମ୍ଭେ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ତୁମ୍ଭେ ତାହାର ପକ୍ଵକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ
10 ଏଥି ଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଦାଉଦ-ନଗରରେ କବର ପାଇଲେ
11 ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ
12 ଅନନ୍ତର ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା
13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, କୁଶଳରେ ଆସିଲ? ସେ ଉତ୍ତର କଲା, କୁଶଳରେ
14 ସେ ଆହୁରି କହିଲା, ମୋହର ତୁମ୍ଭକୁ କିଛି କହିବାର ଅଛି ବତ୍ଶେବା କହିଲେ, କୁହ
15 ତହୁଁ ସେ କହିଲା, ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା
16 ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ନାସ୍ତି କର ବତ୍ଶେବା ତାହାକୁ କହିଲେ, କୁହ
17 ତହୁଁ ସେ କହିଲା, ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତୁମ୍ଭକୁ ନାସ୍ତି କରିବେ ନାହିଁ
18 ଏଥିରେ ବତ୍ଶେବା କହିଲେ; ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି
19 ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ
20 ତେବେ ସେ କହିଲେ, ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି କର ତହୁଁ ରାଜା ତାଙ୍କୁ କହିଲେ, ମୋହର ମାତଃ, କୁହ; କାରଣ ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ
21 ଏଥିରେ ସେ କହିଲେ, ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ
22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ ସେ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି ଅବୀୟାଥର ଯାଜକ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ
23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ଥାଏ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ
24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇଅଛନ୍ତି ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ
25 ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା
26 ଅନନ୍ତର ରାଜା ଅବୀୟାଥର ଯାଜକକୁ କହିଲେ, ତୁମ୍ଭେ ଅନାଥୋତକୁ ଆପଣା କ୍ଷେତ୍ରକୁ ଯାଅ; କାରଣ ତୁମ୍ଭେ ମୃତ୍ୟୁଯୋଗ୍ୟ; ମାତ୍ର ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ
27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକକର୍ମରୁ ଦୂର କରିଦେଲେ
28 ଏଉତ୍ତାରେ ଯୋୟାବ ନିକଟରେ ସମ୍ଵାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା ସେଥି ସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କଲା
29 ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ଵାଦ ଶଲୋମନ ରାଜାଙ୍କୁ ଦିଆଯାʼନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର
30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ଵୁକୁ ଯାଇ ତାହାକୁ କହିଲା, ରାଜା କହିଅଛନ୍ତି, ବାହାରକୁ ଆସ ମାତ୍ର ସେ କହିଲା, ନା, ମୁଁ ଏଠାରେ ମରିବି ଏଥିରେ ବନାୟ ପୁଣି ରାଜାଙ୍କ ନିକଟକୁ ସମ୍ଵାଦ ଆଣି କହିଲା, ଯୋୟାବ ଏପରି କହିଲା ମୋତେ ଏପରି ଉତ୍ତର ଦେଲା
31 ତେବେ ରାଜା ତାହାକୁ କହିଲେ, ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼଠାରୁ ମୋʼ ପିତୃଗୃହରୁ ଦୂର କରିବ
32 ପୁଣି ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଉତ୍ତମ, ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ଼୍‍ଗରେ ବଧ କରିଥିଲା
33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ତାଙ୍କ ବଂଶ ପ୍ରତି ତାଙ୍କ ଗୃହ ପ୍ରତି ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ
34 ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା
35 ପୁଣି ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ରାଜା ଅବୀୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ
36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ କହିଲେ, ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ
37 କାରଣ ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ
38 ତହିଁରେ ଶିମୀୟି ରାଜାଙ୍କୁ କହିଲା, ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା
39 ଅନନ୍ତର ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ ଏଥିରେ ଲୋକେ ଶିମୀୟିକି ଜଣାଇ କହିଲେ, ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି
40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ଵେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ କତିକି ଗଲା; ପୁଣି ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା
41 ତହୁଁ ଶଲୋମନଙ୍କୁ ସମ୍ଵାଦ ଦିଆଗଲା ଯେ, ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି ଫେରି ଆସିଅଛି
42 ଏଥିରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ ତାହାକୁ କହିଲେ, ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହିଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ? ଆଉ ତୁମ୍ଭେ ମୋତେ କହିଥିଲ, ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ
43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କିହେତୁ ପାଳନ କଲ?
44 ରାଜା ଆହୁରି ଶିମୀୟିକି କହିଲେ, ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ
45 ମାତ୍ର ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନ; କାଳ ସ୍ଥିରୀକୃତ ହେବ
46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×