Bible Versions
Bible Books

2 Chronicles 8 (ORV) Oriya Old BSI Version

1 ଶଲୋମନ ସଦାପ୍ରଭୁଙ୍କ ଗୃହ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ
2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ
3 ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ
4 ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ
5 ଆହୁରି ସେ ଉପରିସ୍ଥ ବୈଥୋରୋଣ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଅର୍ଗଳ ସମେତ ନିର୍ମାଣ କଲେ;
6 ଆଉ ବାଲତ୍ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଲିବାନୋନ୍ରେ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ
7 ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଇମୋରୀୟ ପରିଷୀୟ ହିବ୍ବୀୟ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ
9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ
10 ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ
11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର
12 ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
13 ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ
14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ
15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ
16 ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା
17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଏଲତକୁ ଗଲେ
18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×