Bible Versions
Bible Books

2 John 1 (ORV) Oriya Old BSI Version

1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି ସେମାନଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି
2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ
3 ପିତା ଈଶ୍ଵର ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ପ୍ରେମରେ ରହିବ
4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ
5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ
6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା
7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବ; ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ଵୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି ଏହିପ୍ରକାର ଲୋକ ସେହି ପ୍ରବଞ୍ଚକ ଖ୍ରୀଷ୍ଟାରି
8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ
9 ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ରହି ତାହା ଅତିକ୍ରମ କରେ, ସେ ଈଶ୍ଵରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ପୁତ୍ର ଉଭୟଙ୍କୁ ପାଇଅଛି
10 କେହି ଯଦି ଏହି ଶିକ୍ଷା ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି କର ସମ୍ଵର୍ଦ୍ଧନା ଜଣାଅ ନାହିଁ;
11 କାରଣ ଯେକେହି ତାହାକୁ ସମ୍ଵର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ
12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
13 ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×