Bible Versions
Bible Books

Acts 8 (ORV) Oriya Old BSI Version

1 ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ
2 ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ
3 କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ
4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ
5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ
6 ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ
7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଖଞ୍ଜ ସୁସ୍ଥ ହେଲେ
8 ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା
9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା;
10 ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ
11 ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା
12 କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ
13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା
14 ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ
15 ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
16 କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ
17 ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ
18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ
20 କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ
21 ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ
22 ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି
24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ
25 ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ
26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ ତାହା ମରୁଭୂମି
27 ସେଥିରେ ସେ ଉଠି ଗମନ କଲେ ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
28 ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିଲେ
29 ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର
30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି?
31 ସେ କହିଲେ, କେହି ମୋତେ ବୁଝାଇ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ
32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ
33 ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ତ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା
34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ?
35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ
36 ଆଉ, ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କʼଣ ବାଧା ଅଛି?
37 ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ
38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ
39 ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ
40 କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିଆରେ ଯାଇ ପହଞ୍ଚିଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×