Bible Versions
Bible Books

Daniel 10 (ORV) Oriya Old BSI Version

1 ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା
2 ସେହି ସମୟରେ ମୁଁ ଦାନିୟେଲ ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି
3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ଵାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ
4 ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
5 ମୁଁ ଚକ୍ଷୁ ମେଲି ଦୃଷ୍ଟି କଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
6 ମଧ୍ୟ ତାଙ୍କ ଶରୀର ବୈଦୂର୍ଯ୍ୟମଣି ତୁଲ୍ୟ ତାଙ୍କ ମୁଖ ବିଦ୍ୟୁତର ଆଭା ତୁଲ୍ୟ ତାଙ୍କ ଚକ୍ଷୁ ଜ୍ଵଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ତାଙ୍କ ବାକ୍ୟର ରବ ଲୋକାରଣ୍ୟର ରବ ତୁଲ୍ୟ
7 ପୁଣି, ମୁଁ ଦାନିୟେଲ ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଆପଣାମାନଙ୍କୁ ଲୁଚାଇବା ପାଇଁ ପଳାଇଲେ
8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ମୋʼଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ମୁଁ କିଛି ବଳ ରଖି ପାରିଲି ନାହିଁ
9 ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି
10 ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ହସ୍ତ ପାପୁଲିରେ ନିର୍ଭର କରାଇଲା
11 ପୁଣି, ସେ ମୋତେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ସଳଖ ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି
12 ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ
13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେସ୍ଥାନରେ ପାରସ୍ୟର ରାଜଗଣର ସଙ୍ଗରେ ରହିଲୁ
14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି
15 ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି
16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରା; କରିଅଛି ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ
17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋʼଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ଵାସ ରହିଲା ନାହିଁ
18 ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ
19 ପୁଣି, ସେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, ମୋର ପ୍ରଭୁ କହୁନ୍ତୁ; କାରଣ ତୁମ୍ଭେ ମୋତେ ସବଳ କରିଅଛ
20 ତହିଁରେ ସେ କହିଲେ, ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ
21 ମାତ୍ର ସତ୍ୟ-ଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ପ୍ରତିକୂଳରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ଛଡ଼ା ଆଉ କେହି ନାହିଁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×