Bible Versions
Bible Books

Ezekiel 10 (ORV) Oriya Old BSI Version

1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ତଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା
2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟ-ସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟ-ସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ଵଳ; ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ
3 ସେ ପୁରୁଷ ଯିବା ବେଳେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିଲେ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା
4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ତିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା
5 ଆଉ, ସର୍ବଶକ୍ତିମାନ ପରମେଶ୍ଵରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷର ଶଦ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା
6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟ-ସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେ ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ଵରେ ଠିଆ ହେଲେ
7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ସେ ତାହା ନେଇ ବାହାରକୁ ଗଲେ
8 ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା
9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ଵରେ ଏକ ଚକ୍ର ଅନ୍ୟ କିରୂବର ପାର୍ଶ୍ଵରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ଵରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା
10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା
11 ଗମନ କରିବା ବେଳେ ସେମାନେ ଆପଣା-ମାନଙ୍କର ଚାରି ପାର୍ଶ୍ଵରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତ୍ରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ
12 ପୁଣି, ସେମାନଙ୍କର ସମୁଦାୟ ଗାତ୍ର ସେମାନଙ୍କର ପୃଷ୍ଠ, ହସ୍ତ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା
13 ଆଉ, ମୋʼ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା
14 ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ଵିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଚତୁର୍ଥ ଉତ୍ତ୍କ୍ରୋଶ ପକ୍ଷୀର ମୁଖ
15 ଆଉ, କିରୂବଗଣ ଊର୍ଦ୍ଧ୍ଵକୁ ଉଠିଲେ ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି
16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ଵରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ଵକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ
17 ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା
18 ଅନନ୍ତର ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ତିର ଊର୍ଦ୍ଧ୍ଵରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା
19 ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋʼ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ଵକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ଵାରର ପ୍ରବେଶ-ସ୍ଥାନରେ ସେମାନେ ଠିଆ ହେଲେ; ସେସମୟରେ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା
20 ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ଵରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି
21 ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା
22 ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×