Bible Versions
Bible Books

Ezekiel 47 (ORV) Oriya Old BSI Version

1 ଅନନ୍ତର ସେ ମୋତେ ଫେରାଇ ଗୃହର ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ- ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ଵ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା
2 ତେବେ ସେ ମୋତେ ଉତ୍ତର ଦ୍ଵାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ବାହାର ଦ୍ଵାରକୁ ନେଇ ଗଲେ; ଆଉ ଦେଖ, ସେସ୍ଥାନରେ ଦକ୍ଷିଣ ପାର୍ଶ୍ଵରେ ଜଳ ବହୁଥିଲା
3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକି ହେଲା
4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା
5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା
6 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ
7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା
8 ତହିଁରେ ସେ ମୋତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ
9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ସେସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ
10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ମତ୍ସ୍ୟସବୁ ସ୍ଵ ସ୍ଵ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ
11 ମାତ୍ର ତହିଁର ପଙ୍କ ସ୍ଥାନ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେସବୁ ଲବଣ ପାଇଁ ସମର୍ପିତ ହେବ
12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ହେତୁରୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ତହିଁର ଫଳ ଆହାରାର୍ଥେ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ
13 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଇସ୍ରାଏଲ-ବଂଶର ଦ୍ଵାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ
14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ
15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
16 ହମାତ୍, ବରୋଥା, ଦାମାସ୍କସ୍ର ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍
17 ପୁଣି, ସମୁଦ୍ରଠାରୁ ସୀମା ଦାମାସ୍କସ୍ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା ଏହା ଉତ୍ତର ସୀମା
18 ଆଉ, ପୂର୍ବ ଦିଗରେ ହୌରଣ, ଦାମାସ୍କସ୍ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ ଏହା ପୂର୍ବ ସୀମା
19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ମହାସମୁଦ୍ର ପର୍ଯ୍ୟନ୍ତ ହେବ ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା
20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ ଏହା ପଶ୍ଚିମ ସୀମା
21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ
22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ
23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×