Bible Versions
Bible Books

Ezekiel 8 (ORV) Oriya Old BSI Version

1 ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସରେ, ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା
2 ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି
3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ଆତ୍ମା ମୋତେ ପୃଥିବୀ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଈଶ୍ଵରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ଵାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ଵାଳାଜନକ ଅନ୍ତର୍ଜ୍ଵାଳା ପ୍ରତିମା ସ୍ଥାପିତ ଥିଲା
4 ଆଉ ଦେଖ, ପଦା-ଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେସ୍ଥାନରେ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ବିଦ୍ୟମାନ ଥିଲା
5 ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ମେଲି ଉତ୍ତର ଦିଗର ପଥ ଆଡ଼େ ଅନାଅ ତହୁଁ ମୁଁ ଚକ୍ଷୁ ମେଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ଵାରର ପ୍ରବେଶ-ସ୍ଥାନରେ, ସେହି ଅନ୍ତର୍ଜ୍ଵାଳାର ପ୍ରତିମା ଅଛି
6 ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ-ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି ମାତ୍ର ଏଥି ଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ
7 ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ଵାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି
8 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ଵାର ଅଛି
9 ଏଥିରେ ସେ ମୋତେ କହିଲେ, ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ
10 ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର ଘୃଣାଯୋଗ୍ୟ ପଶୁର ଇସ୍ରାଏଲ-ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି
11 ପୁଣି, ସେସବୁର ସମ୍ମୁଖରେ ଇସ୍ରାଏଲ-ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ସେମାନଙ୍କର ମଧ୍ୟ-ସ୍ଥାନରେ ଶାଫନର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ଵକୁ ଉଠୁଅଛି
12 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି
13 ସେ ଆହୁରି ମୋତେ କହିଲେ, ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ
14 ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ଵାରର ପ୍ରବେଶ-ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷ (ଦେବତାର) ପାଇଁ କ୍ରନ୍ଦନ କରୁଅଛନ୍ତି
15 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏଥି ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ
16 ଅନନ୍ତର ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ଵାର ନିକଟରେ, ବରଣ୍ତା ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ପୂର୍ବଦିଗ ଆଡ଼େ ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ଆଡ଼େ ସୂର୍ଯ୍ୟକୁ ପ୍ରଣାମ କଲେ
17 ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଆମ୍ଭକୁ କ୍ରୋଧାନ୍ଵିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି
18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ଵରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×