Bible Versions
Bible Books

Isaiah 12 (ORV) Oriya Old BSI Version

1 ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ
2 ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି
3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ
4 ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।
5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ
6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×