Bible Versions
Bible Books

Isaiah 17 (ORV) Oriya Old BSI Version

1 ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ
2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ
3 ଆହୁରି, ଇଫ୍ରୟିମରୁ ଦୁର୍ଗ ଦାମାସ୍କସ୍ରୁ ରାଜ୍ୟ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ
4 ଆଉ, ସେଦିନରେ ଯାକୁବର ଗୌରବ ପାତଳ କରାଯିବ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ
6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି
7 ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ
8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ
9 ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନ-ଗଣର ଭୟରେ ବନସ୍ଥ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଦେଶ ଉଚ୍ଛିନ୍ନ ହେବ
10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ଵରଙ୍କୁ ପାସୋରିଅଛ ଆପଣା ଶକ୍ତି ସ୍ଵରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
11 ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ
12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ପ୍ରଚଣ୍ତ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ
14 ଦେଖ, ସନ୍ଧ୍ୟାକାଳେ ତ୍ରାସ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି ଆମ୍ଭମାନଙ୍କ ଲୁଟକାରୀମାନଙ୍କର ଅଂଶ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×