Bible Versions
Bible Books

Isaiah 27 (ORV) Oriya Old BSI Version

1 ସେଦିନ ସଦାପ୍ରଭୁ ଆପଣାର ଦାରୁଣ ବୃହତ ଦୃଢ଼ ଖଡ଼୍‍ଗ ଦ୍ଵାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ
2 ସେ ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର
3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା
4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯେବେ କାନକୋଳି କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେସବୁକୁ ଏକାବେଳେ ଦଗ୍ଧ କରନ୍ତୁ
5 ନତୁବା ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ଵନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ
6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ପ୍ରଫୁଲ୍ଲ ହେବ ସେମାନେ ଭୂମଣ୍ତଳକୁ ଫଳରେ ପରିପୂର୍ଣ୍ଣ କରିବେ
7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ଵାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
8 ତୁମ୍ଭେ ତାହାକୁ ଦୂରକୁ ପଠାଇବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ଵାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି
9 ଏହେତୁ ଏହା ଦ୍ଵାରା ଯାକୁବର ଅପରାଧ ମାର୍ଜିତ ହେବ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ
10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେସ୍ଥାନରେ ଗୋବତ୍ସ ଚରିବ ଶୟନ କରିବ, ପୁଣି ବୃକ୍ଷର ଶାଖାସବୁ ଗ୍ରାସ କରିବ
11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ
12 ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି ହେ ଇସ୍ରାଏଲସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ
13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ ⇧; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×