Bible Versions
Bible Books

Isaiah 35 (ORV) Oriya Old BSI Version

1 ପ୍ରାନ୍ତର ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ
2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ
3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଥର ଥର ଆଣ୍ଠୁକୁ ସୁସ୍ଥିର କର
4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ମରୁଭୂମିରେ ସ୍ରୋତ ବାହାରିବ ⇧।
7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ତଣ୍ତିବଣ ହେବ
8 ପୁଣି, ସେଠାରେ ଏକ ରାଜଦାଣ୍ତ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ
9 ସେଠାରେ କୌଣସି ସିଂହ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×