Bible Versions
Bible Books

Isaiah 4 (ORV) Oriya Old BSI Version

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର
2 ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ମନୋହର ହେବ
3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ
4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ
5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ତାହାର ସକଳ ସଭା ଉପରେ ଦିବସରେ ମେଘ ଧୂମ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ
6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ବୃଷ୍ଟିରୁ ଆଶ୍ରୟ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×