Bible Versions
Bible Books

Isaiah 46 (ORV) Oriya Old BSI Version

1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି
2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି
3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଉଦ୍ଧାର କରିବା
5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ସମାନ କରିବ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି
7 ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁସେ ଉତ୍ତର ଦେଇପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରିପାରିବ ନାହିଁ
8 ତୁମ୍ଭେମାନେ ଏହା ସ୍ମରଣ କର ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର
9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ;
10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା;
11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ ⇧, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା
12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ
13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×