Bible Versions
Bible Books

Isaiah 53 (ORV) Oriya Old BSI Version

1 ଆମ୍ଭମାନଙ୍କ ସମ୍ଵାଦ କିଏ ବିଶ୍ଵାସ କରିଅଛି? ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ
3 ସେ ଅବଜ୍ଞାତ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ
4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ପରମେଶ୍ଵରଙ୍କ ଦ୍ଵାରା ପ୍ରହାରିତ ଦୁଃଖଗ୍ରସ୍ତ ବୋଲି ମଣିଲୁ
5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ
6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି
7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ
8 ସେ ଉପଦ୍ରବ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ,
9 ପୁଣି, ସେ କୌଣସି ଦୌରାତ୍ମ୍ୟ କଲେ ହେଁ ତାହାଙ୍କ ମୁଖରେ କୌଣସି ଛଳ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ
10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ
11 ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ସେ ସେମାନଙ୍କର ଅପରାଧ ବହିବେ
12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ⇧ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×