Bible Versions
Bible Books

Jeremiah 49 (ORV) Oriya Old BSI Version

1 ଅମ୍ମୋନ-ସନ୍ତାନଗଣର ବିଷୟ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ-ଧ୍ଵନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି
3 ହେ ହିଶ୍ବୋନ୍, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍, ତାହାର ଯାଜକଗଣ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ
4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋʼ ନିକଟକୁ କିଏ ଆସିବ?
5 ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ଥିବ
6 ତଥାପି ସଦାପ୍ରଭୁ କହନ୍ତି, ଏଥି ଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ଵାବସ୍ଥାରୁ ପୁନର୍ବାର ଫେରାଇ ଆଣିବା
7 ଇଦୋମର ବିଷୟ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୈମନରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
8 ହେ ଦଦାନ୍ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା
9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯେବେ ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତସ୍ଥାନସବୁ ଅନାବୃତ କରିଅଛୁ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ସେ ନାହିଁ
11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ଵାସ କରନ୍ତୁ
12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ
13 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଅଭିଶାପର ପାତ୍ର ହେବ ତହିଁର ନଗରସବୁ ଚିରକାଳ ଉତ୍ସନ୍ନସ୍ଥାନ ହେବ
14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ଵାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଯୁଦ୍ଧ କରିବାକୁ ଉଠ
15 କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ
16 ଗୋ ଶୈଳଛିଦ୍ରନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ଵିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା, ଏହା ସଦାପ୍ରଭୁ କହନ୍ତି
17 ପୁଣି, ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ତହିଁର ସକଳ ଦଣ୍ତ ସକାଶୁ ଶୀସ୍ ଶଦ୍ଦ କରିବେ
18 ସଦାପ୍ରଭୁ କହନ୍ତି, ସଦୋମ ହମୋରାର ତନ୍ନିକଟବର୍ତ୍ତୀ ନଗରସମୂହର ନ୍ୟାୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ
19 ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ? ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
20 ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ: ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ
21 ସେମାନଙ୍କର ପତନ ଶଦ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶଦ୍ଦ ଶୁଣାଯାଉଅଛି
22 ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ
23 ଦାମାସ୍କସ୍ର ବିଷୟ ହମାତ୍ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ପାରେ
24 ଦାମାସ୍କସ୍ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରା; କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଦୁଃଖ ଧରିଅଛି
25 ଏହି ପ୍ରଶଂସିତ ନଗର ଆମ୍ଭର ଆନନ୍ଦଜନକ ନଗର କିପାଁ ପରିତ୍ୟକ୍ତ ହୋଇ ନାହିଁ?
26 ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ତରେ ପତିତ ହେବେ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ
27 ପୁଣି, ଆମ୍ଭେ ଦାମାସ୍କସ୍ର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦର ଅଟ୍ଟାଳିକାସବୁ ଗ୍ରାସ କରିବ
28 ବାବିଲର ରାଜା ନବୂଖଦ୍ନିତ୍ସର ଦ୍ଵାରା ପରାଜିତ କେଦରର ହାତ୍ସୋର ରାଜ୍ୟସମୂହର ବିଷୟ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦରକୁ ଯାଅ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ଵ ହରଣ କର
29 ଲୋକମାନେ ସେମାନଙ୍କର ତମ୍ଵୁ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ସେମାନଙ୍କର ଯାବତୀୟ ପାତ୍ର ଉଷ୍ଟ୍ରଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି ଉଚ୍ଚ ସ୍ଵରରେ ସେମାନଙ୍କୁ କହିବେ
30 ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଙ୍କଳ୍ପ ସ୍ଥିର କରିଅଛି
31 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ହୁଡ଼ୁକାବିହୀନ ହୋଇ ନିରାପଦରେ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର
32 ସେମାନଙ୍କର ଉଷ୍ଟ୍ରଗଣ ଲୁଟବସ୍ତୁ ହେବେ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି
33 ପୁଣି, ହାତ୍ସୋର ଶୃଗାଳମାନଙ୍କର ବସତି ସଦାକାଳ ଉତ୍ସନ୍ନ-ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ
34 ଯିହୁଦାର ରାଜା ସିଦିକୀୟର ଅଧିକାରର ଆରମ୍ଭ ସମୟରେ ଏଲମ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏଲମର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା
36 ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ ଉପରେ ବହାଇବା ସେହିସବୁ ବାୟୁଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମର ଦୂରୀକୃତ ଲୋକମାନେ ଯେଉଁଠାକୁ ଯିବେ, ଏପରି ଦେଶ ଥିବ
37 ପୁଣି, ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ତ କ୍ରୋଧ ଘଟାଇବା ସେମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା
38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମରେ ଆପଣା ସିଂହାସନ ସ୍ଥାପନ କରିବା ସେସ୍ଥାନରୁ ରାଜାକୁ ଅଧିପତିଗଣକୁ ଉଚ୍ଛିନ୍ନ କରିବା
39 ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×