Bible Versions
Bible Books

Job 25 (ORV) Oriya Old BSI Version

1 ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2 ପ୍ରଭୁତ୍ଵ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି
3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ହୁଏ?
4 ତେବେ ମନୁଷ୍ୟ କିରୂପେ ପରମେଶ୍ଵରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିରୂପେ ଶୁଚି ହୋଇ ପାରିବ?
5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ତାରାଗଣ ନିର୍ମଳ ନୁହଁନ୍ତି;
6 ତେବେ କୀଟମାତ୍ର ମନୁଷ୍ୟ କʼଣ! କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×