Bible Versions
Bible Books

John 9 (ORV) Oriya Old BSI Version

1 ସେ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ
2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ବାପମା?
3 ଯୀଶୁ ଉତ୍ତର ଦେଲେ, କିମ୍ଵା ଏହାର ବାପମା ପାପ କଲେ ନାହିଁ, କିନ୍ତୁ ଈଶ୍ଵରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି
4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି
5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ
6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଦେଇ ତାହାକୁ କହିଲେ, ଯାଅ,
7 ଶିଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) ପୋଖରୀରେ ଧୋଇ ହୁଅ ସେଥିରେ ସେ ବାହାରିଯାଇ ଧୋଇ ହେଲା ଦୃଷ୍ଟି ପାଇ ଚାଲିଗଲା
8 ତେଣୁ ପ୍ରତିବାସୀମାନେ, ପୁଣି ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, କଅଣ ସେହି ନୁହେଁ?
9 କେହି କେହି କହିଲେ, ସେ; ଆଉ କେହି କେହି କହିଲେ, ନା, ତାହା ପରି ସେ କହିଲା, ମୁଁ ସେହି
10 ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା?
11 ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲେପିଦେଲେ, ଆଉ ମୋତେ କହିଲେ, ଶିଲୋହକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଦୃଷ୍ଟି ପାଇଲି
12 ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ
13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ
14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହିଦିନ ବିଶ୍ରାମବାର
15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଦେଖି ପାରୁଅଛି
16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ଵରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହିପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରି ପାରେ? ଏହିପରିଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା
17 ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକି ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଛୁ? ସେ କହିଲା, ସେ ଜଣେ ଭାବବାଦୀ
18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ପଚାରିବା ପର୍ଯ୍ୟନ୍ତ ଯିହୁଦୀମାନେ ତାହା ସମ୍ଵନ୍ଧରେ ଏହା ବିଶ୍ଵାସ କଲେ ନାହିଁ
19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?
20 ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଯେ ଆମ୍ଭମାନଙ୍କର ପୁଅ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
21 କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ଵା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହିଁ; ତାହାକୁ ପଚାରନ୍ତୁ, ସେ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ
22 ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହିସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ଵୀକାର କରେ, ତାହାହେଲେ ସେ ସମାଜଚ୍ୟୁତ କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ
23 ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ
24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ଵିତୀୟ ଥର ଡାକି କହିଲେ, ଈଶ୍ଵରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ
25 ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି
26 ତେଣୁ ସେମାନେ ତାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?
27 ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
28 ସେଥିରେ ସେମାନେ ତାକୁ ଗାଳି ଦେଇ କହିଲେ, ତୁ ସେଇଟାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ
29 ଆମ୍ଭେମାନେ ଜାଣୁ ଯେ, ଈଶ୍ଵର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ
30 ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଆଶ୍ଚର୍ଯ୍ୟ କଥା
31 ଈଶ୍ଵର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ଵରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାʼର କଥା ଶୁଣନ୍ତି
32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା କେବେହେଲେ ଶୁଣାଯାଇ ଥିଲା
33 ଈଶ୍ଵରଙ୍କଠାରୁ ଆସି ଥିଲେ କିଛି କରିପାରନ୍ତେ ନାହିଁ
34 ସେମାନେ ତାକୁ ଉତ୍ତର ଦେଲେ, ତୁଉଟା ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାକୁ ବାହାର କରିଦେଲେ
35 ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାʼର ଦେଖା ପାଇ କହିଲେ, ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ଵାସ କରୁଅଛ?
36 ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ଵାସ କରିବି?
37 ଯୀଶୁ ତାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି।
38 ସେଥିରେ ସେ କହିଲା, ପ୍ରଭୋ ମୁଁ ବିଶ୍ଵାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା
39 ପୁଣି ଯୀଶୁ କହିଲେ, ଦେଖୁ ଥିବା ଲୋକେ ଯେପରି ଦେଖନ୍ତି ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି
40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?
41 ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥାʼନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭମାନଙ୍କର ପାପ ରହୁଅଛି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×