Bible Versions
Bible Books

Joshua 16 (ORV) Oriya Old BSI Version

1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା
2 ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
3 ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଗେଷର ପର୍ଯ୍ୟନ୍ତ ଗଲା ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା
4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ
5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା
6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା
7 ପୁଣି ଯାନୋହଠାରୁ ଅଟାରୋତ୍ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା
8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର
9 ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା
10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×