Bible Versions
Bible Books

Joshua 20 (ORV) Oriya Old BSI Version

1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
2 ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର
3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ
4 ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ଵାରର ପ୍ରବେଶ-ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ
5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକି ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକି ବଧ କରିଅଛି ସେ ପୂର୍ବରେ ତାହାକୁ ହିଂସା କରି ଥିଲା
6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ତଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଆପଣା ନିଜ ଗୃହକୁ ଫେରି ଆସିବ
7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ⇧ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ
8 ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ
9 କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ତଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତପ୍ରତିହନ୍ତାର ହସ୍ତରେ ମରେ, ଏନିମନ୍ତେ ଇସାଏଲ-ସନ୍ତାନ ସମସ୍ତଙ୍କ ପାଇଁ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×