Bible Versions
Bible Books

Micah 2 (ORV) Oriya Old BSI Version

1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ
2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ବଳରେ ତାହା ଛଡ଼ାଇ ନିଅନ୍ତି ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ତାହାର ଗୃହ ପ୍ରତି, ହଁ, ମନୁଷ୍ୟ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି
3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲିବାକୁ ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ
4 ସେଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରନ୍ତି ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦିଅନ୍ତି
5 ଏଥିପାଇଁ ଗୁଲିବାଣ୍ଟ ଦ୍ଵାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ଥିବେ
6 ତୁମ୍ଭେମାନେ ବାକ୍ୟ ପ୍ରଚାର କର, ସେମାନେ ଏପରି ପ୍ରଚାର କରନ୍ତି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ; ଅପମାନ ଘୁଞ୍ଚିବ ନାହିଁ
7 ହେ ଯାକୁବ-ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? କି ଏହା କୁହାଯିବ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ କରେ?
8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚି; ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ
9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ
10 ତୁମ୍ଭେମାନେ ଉଠ ପ୍ରସ୍ଥାନ କର; କାରଣ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି
11 ଯେବେ କୌଣସି ଲୋକ ବାୟୁ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ
12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେପରି ମନୁଷ୍ୟ-ବାହୁଲ୍ୟ ହେତୁରୁ ସେମାନେ ମହାଶଦ୍ଦ କରିବେବ
13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ଵାର ପର୍ଯ୍ୟନ୍ତ ଯାଇଅଛନ୍ତି ସେହି ଦ୍ଵାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×